Home ଅପରାଧ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି ।

ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି ।

268
0

ଭୁବନେଶ୍ୱର:୨୯ ।୪( ଆମ ଭାରତ ):

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ I ରାଜ୍ୟର ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାର ୭୭ବର୍ଷ ବୟସ ପୁରୁଷ । ସେ ମଧୁସୁନ୍ଦନନଗର ବୋଲି ଜଣାପଡ଼ିଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ ୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୦ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି।

LEAVE A REPLY

Please enter your comment!
Please enter your name here