Home ଓଡ଼ିଶା ‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା ।

‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା ।

263
0

ଭୁବନେଶ୍ୱର,୭ ।୬( ଆମ ଭାରତ ): ‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା । ରାଜ୍ୟ କ୍ୟାବିନେଟ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏନେଇ କ୍ୟାବିନେଟ୍ ବୈଠକ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ସୂଚନା ଦେଇଛନ୍ତି ।ଏହା ସହ ସେ କହିଛନ୍ତି ଯେ, ବନ୍ଦେ ଉତ୍କଳ ଜନନୀ’ ଓଡିଆ ଜାତିର ସ୍ୱାଭିମାନର ପ୍ରତୀକ ।

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ୱାରା    ରଚିତ ଏହି ସଙ୍ଗୀତକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗଠିତ କ୍ୟାବିନେଟରେ ମାନ୍ୟତା ମିଳିଛି । କାନ୍ତକବିଙ୍କର ଏହି କାଳଜୟୀ ରଚନା ପ୍ରତିଟି ଓଡିଆଙ୍କ ଭାବନାରେ ରହିଛି । ଓଡିଆଙ୍କ ଭାବାବେଗକୁ ସମ୍ମାନ ଜଣାଇ ରାଜ୍ୟ କ୍ୟାବିନେଟ୍ ଏଭଳି ନିଷ୍ପତ୍ତି ନେଇଛି ।’

LEAVE A REPLY

Please enter your comment!
Please enter your name here