Home ଓଡ଼ିଶା ଅଭିନେତା ଅଜିତ ଦାଶ ପରଲୋକରେ ।

ଅଭିନେତା ଅଜିତ ଦାଶ ପରଲୋକରେ ।

53
0

ଭୁବନେଶ୍ୱର,୧୩ ।୯( ଆମ ଭାରତ ): ଓଡିଆ ଚଳଚ୍ଚିତ୍ରର ବିଶିଷ୍ଟ ଅଭିନେତା ଅଜିତ ଦାଶଙ୍କର ଆଜି ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଅଜିତଙ୍କ ଦେହାନ୍ତ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଅଜିତଙ୍କ ଚିକିତ୍ସା ଚାଲିଥିଲା । ଅଜିତଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ‘ତାଙ୍କ ମୃତ୍ୟୁରେ ଓଡିଆ ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା । ବହୁ ଦଶନ୍ଧି ଧରି ସେ ଦର୍ଶକଙ୍କୁ ନିଜ କଳାର ଯାଦୁରେ ବାନ୍ଧି ରଖିଥିଲେ ।’ ଅଜିତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରକୁ ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ମଧ୍ୟ ଗଭୀର  ଶୋକ ପ୍ରକାଶ କରିଛନ୍ତି ।

ସେହିପରି ଅଜିତଙ୍କ ପାଇଁ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶୋକ ପ୍ରକାଶ କରିଛନ୍ତି । ସେହିପରି ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here